ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

10

Get real time updates directly on you device, subscribe now.

ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ ) : ଗତକାଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ରାଜସ୍ବ ସମୀକ୍ଷା କରିଥିଲେ l ବିଭିନ୍ନ ବର୍ଗ ର ଲୋକ ସଚିବ ଙ୍କୁ ତାଙ୍କର ଅଭିଯୋଗ ଶୁଣାଇଥିଲେ ଓ ସମସ୍ତ ଙ୍କ ଅଭିଯୋଗ କୁ ଗୁରୁତର ସହ ଶୁଣି ତୁରନ୍ତ ଫଇସଲା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l ଏହି ସମୀକ୍ଷା ବୈଠକ ରେ ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇ. ଜି. ଆର. ଭୂ ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥା ର ନିର୍ଦ୍ଦେଶକ, ଏନ ଆଇ ସି ର ବରିଷ୍ଠ ଅଧିକାରୀ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲl ବେଳେ ଉତ୍ତରାଞ୍ଚଳ ରାଜସ୍ବ କମିଶନର, ସୁବର୍ଣ୍ଣପୁର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜମି ଗ୍ରହଣ ଅଧିକାରୀ, ସ୍ୱତନ୍ତ୍ର ଜମି ଗ୍ରହଣ ଅଧିକାରୀ, ତହସିଲଦାର, ରେଳ ବିଭାଗର ଅଧିକାରୀ ଓ ଅନ୍ୟାନ୍ୟ କ୍ଷେତ୍ରାଧିକାରୀ ମାନେ ଯୋଗ ଦେଇଥିଲେ l ତହସିଲ ଓ ନିବନ୍ଧନ କାର୍ଯ୍ୟାଳୟ କୁ ଆସୁଥିବା ପ୍ରତ୍ୟେକ ଜନସାଧାରଣ ଙ୍କୁ ସମ୍ମାନ ସହିତ ସେମାନଙ୍କର ଅଭିଯୋଗ ଶୁଣାଣୀ ଓ ଅଭିଯୋଗ ଉପରେ ତୁରନ୍ତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ l ତରଭା ଓ ବୀରମହାରାଜପୁର ତହସିଲଦାରଙ୍କୁ ଆସନ୍ତା ସାତ ଦିନ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ୍ଣ କରି ଜନସାଧାରଣ ଙ୍କ ଠିକ ସମୟରେ ପଟ୍ଟା ଦେବାକୁ ନିର୍ଦ୍ଦେଶ ଦେଇଥିଲେ l ସୁବର୍ଣ୍ଣପୁର ଜିଲ୍ଲାରେ 98 ଟି ଲଘୁ ଖଣିଜ ଉତ୍ସରୁ ମାତ୍ର 38 ଟି ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଛି ଏବଂ ଅବଶିଷ୍ଟ ଲଘୁ ଖଣିଜ ଉତ୍ସକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ସମସ୍ତ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କିମ୍ବା ଲଘୁ ଖଣିଜ ଉତ୍ସରୁ ସମସ୍ତ ଲଘୁ ଖଣିଜ ସମ୍ପଦ ସମାପ୍ତ ହୋଇଥିଲେ ତାକୁ ଆଇନଅନୁଯାୟୀ ବନ୍ଦ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେବା ସହ ତରଭା, ବୀରମହାରାଜପୁର ଓ ସୋନପୁର ତହସିଲଦାର ଙ୍କୁ ସେମାନଙ୍କ ତହସିଲ ର ଅଧିକ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ l ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଏବଂ ବେଆଇନ ଲଘୁ ଖଣିଜ ସମ୍ପଦ ଉଠାଣ ଉପରେ କଡା ପଦକ୍ଷେପ ନେବାକୁ ସମସ୍ତ କ୍ଷେତ୍ରାଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାପାଳ ଅତିରିକ୍ତ ଜିଲ୍ଲାପାଳ ଓ ତହସିଲଦାରମାନଙ୍କୁ ଲଘୁ ଖଣିଜ ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ l ତହସିଲଦାର ମାନଙ୍କୁ ପୋଲିସ ସହ ଭଲ ସମନ୍ୱୟ ରକ୍ଷା କରି ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ରୋକିବା ଦିଗରେ ପଦକ୍ଷେପ ନେବାକୁ ବୈଠକ ରେ ନିଷ୍ପତ୍ତି ନିଆଗଲା l କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ରେ ବିଳମ୍ବ ନ କରିବାକୁ ସମସ୍ତ ଜମି ଅଧିଗ୍ରହଣ ଅଧିକାରୀ ମାନଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲା ମଧ୍ୟରେ କାର୍ଯ୍ୟକ୍ଷମ ବରଗଡ଼ ରୁ ବରପାଲି ଓ ବରପାଲି ରୁ ବଲାଙ୍ଗୀର ରାସ୍ତାର ପ୍ରଶସ୍ତିକରଣ ନିମନ୍ତେ ତ୍ୱରିତ ଜମି ଅଧିଗ୍ରହଣ କରିବାକୁ ନିର୍ଦ୍ଦେଶ ଦେବା ସହ ଵେବନ୍ଦୋବସ୍ତ କେଶ ର ତୁରନ୍ତ ଫଇସଲା କରି ରେଳ ବିଭାଗ କୁ ଦାଖଲ ଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ରେଳପଥ କର୍ତ୍ତ୍ତୃପକ୍ଷ ଙ୍କୁ ଜମି ହସ୍ତାନ୍ତର ଉପରେ ଗୁରୁତ୍ୱାରୋପ କରାଯାଇଥିଲା l ସମସ୍ତ 5 ଟି ଉଚ୍ଚ ବିଦ୍ୟାଳୟ କୁ ଏପ୍ରିଲ 30 ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା l ଏତଦ ବ୍ୟତୀତ ସମସ୍ତ ସରକାରୀ ଶିକ୍ଷନୁଷ୍ଠାନ ମାନଙ୍କୁ ଏପ୍ରିଲ 30 ସୁଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ତତ୍ୱାବଧାନ ରେ ଜମି ପଟ୍ଟା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା l ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ଅଗ୍ରାଧିକାର ଭିତ୍ତିରେ ହିତାଧିକାରୀ ମାନଂକୁ ଜମି ଯୋଗାଇ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ l ନୂତନ ରାଜସ୍ବ ନିରୀକ୍ଷକ ମାନଙ୍କ ପାଇଁ ବାସଭବନ ତଥା କାର୍ଯ୍ୟାଳୟ ନିର୍ମାଣ ଦିଗରେ ଏପ୍ରିଲ 15 ସୁଦ୍ଧା ଜାଗା ଚିହ୍ନଟ କରିବାକୁ ଓ ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ତରଭା ତହସିଲଦାର ଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ନିୟମିତ ଭାବରେ ସମୀକ୍ଷା ବୈଠକ କରାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରାଥମିକତା ଉପରେ ଗୁରୁତ୍ୱାରୋପ କରିଥିଲେ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More