ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କିଛି ଦିନ ପରେ ପୁଣିଥରେ ଭୁବନେଶ୍ଵରକୁ ଫେରିଛି କରୋନା ଭାଇରସ । ଆଜି ସକାଳେ ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଏହି ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ବିଟରରେ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ଵରର ମଧୁସୂଦନ ନଗର ଅଞ୍ଚଳର ୭୭ ବର୍ଷିଅ ବୃଦ୍ଧ ଅଟନ୍ତି । ସେ ରାଜ୍ୟର ୪୧ ନମ୍ବର କରୋନା ଆକ୍ରାନ୍ତଙ୍କ ସଂପର୍କୀୟ । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More