ରାଜ୍ୟରେ ଆଉ ଜଣେ କାରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ପୁଣି ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତ ଜଣକ ବାଲେଶ୍ୱର ଜିଲାର ହୋଇଥିବା ସୂଚନା ମିଳିଛି । ଆକ୍ରାନ୍ତ ଜଣଙ୍କ ୩୪ ବର୍ଷୀୟ ପୁରୁଷ ହୋଇଥିବା ବେଳେ ସେ ପଶ୍ଚିମବଙ୍ଗରୁ ଫେରିଥିଲେ ବୋଲି ଜଣାପଡିଛି । ଆକ୍ରାନ୍ତଙ୍କଠାରେ କୌଣସି ବି କରୋନାର ଲକ୍ଷଣ ଦେଖାଯାଇନଥିଲା ବେଳେ ସେ କ୍ବାରେଣ୍ଟାଇନରେ ରହିଥିଲେ । ବାଲେଶ୍ଵରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ  ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ସେହିପରି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଥିବା  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More