ରାଜ୍ୟରେ ଆଉ ୧୪ କରୋନା ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୧୪ କରୋନା  ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ଜଣାପଡିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ଯାଜପୁରରୁ ୩ କରୋନା ପଜିଟିଭ୍​ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଗୋଟିଏ ଦିନରେ ଯାଜପୁରରୁ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହ ଯାଜପୁର ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More