ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୋମବାର ଆଉ ୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛନ୍ତି। ନୂଆ ୭ ରୋଗୀଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲାର ଏବଂ ଅନ୍ୟ ୨ ଜଣ ବାଲେଶ୍ଵର ଜିଲାର ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି।