ରାଜ୍ୟରେ ଆଜି ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୩୯୧କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ସକାଳେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ​‌ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳୁ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଜଣ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୧୩୭ରେ ପହଞ୍ଚିଛି। ସେହିପରି ସୁନ୍ଦରଗଡ଼ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୪ ଏବଂ କେନ୍ଦ୍ରାପଡ଼ା ଜିଲାରେ ୯କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More