ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୋ ବୁଧବାର ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩ ରୁ ବୃଦ୍ଧି ହୋଇ ୮୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୪ଜଣ କରୋନା ଆକ୍ରାନ୍ତ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବସାଇଟରେ ସୂଚନା ଦିଆଯାଇଛି। ଯାଜପୁରରେ ୪ ଜଣ କରୋନା ରୋଗୀ ଚିହ୍ନଟ ହେବାପରେ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୧ ଜଣ ଚିକିତ୍ସିତ ଅବସ୍ଥାରେ ଥିବାବେଳେ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।