ରାଜ୍ୟରେ ଆଜି ୫୮ ଜଣ କାରୋନା ପଜିଟିଭ୍ ଚିହ୍ନଟ, ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୫୮ ଆକ୍ରାନ୍ତ ଓ ମୃତକଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆଜି ଚିହ୍ନଟ ୫୮ ଜଣଙ୍କ ମଧ୍ୟରୁ ୫୭ ଜଣ ବାହାର ରାଜ୍ୟ ଫେରନ୍ତା ହୋଇଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତ ଅନୁଗୁଳ ଜିଲ୍ଲାର ସ୍ଥାନୀୟ ବାସିନ୍ଦା ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି । ଆଜି ଦିନକରେ ରାଜ୍ୟରେ ସର୍ବାଧିକ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓଡ଼ିଶାର ଏକ ନୂଆ ଜିଲା ଅନୁଗୁଳରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲାରୁ ଆଜି ୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୫୮ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ୨୯, ବାଲେଶ୍ୱରରେ ୧୫ ଓ ମୟୂରଭଞ୍ଚରେ ୧ ଓ ଅନୁଗୁଳରେ ପ୍ରଥମଥର ପାଇଁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହାଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More