ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହା ରାଜ୍ୟ ପାଇଁ ଏକ ଆଶ୍ବସ୍ତିକର ଖବର। ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ ଥିବାବେଳେ ଆରୋଗ୍ୟଙ୍କ ସଂଖ୍ୟା ୨୧୩୩ ରହିଛି। ସକ୍ରିୟ ମାମଲା ସଂଖ୍ୟା ୧୧୦୬ ଥିବାବେଳେ ମୃତ୍ୟୁ ସଂଖ୍ୟା ୯ରେ ସ୍ଥିର ରହିଛି। ଅନ୍ୟାନ୍ୟ କାରଣରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ସାରା ରାଜ୍ୟରେ ଗଞ୍ଜାମ ଜିଲ୍ଲା ଆକ୍ରାନ୍ତ ତାଲିକାର ଶୀର୍ଷରେ ରହିଛି। ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪୯ଥିବାବେଳେ ୪୪୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ୨୦୪ଟି ସକ୍ରିୟ ମାମଲା ଥିବାବେଳେ ମୃତ୍ୟୁ ସଂଖ୍ୟା ୪ରେ ସ୍ଥିର ରହିଛି।