ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କାୟା ବିସ୍ତାର କରିଚାଲିଛି କରୋନା । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ରବିବାର ରାଜ୍ୟରେ ଆଉ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ, ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୧୯୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ୨୨ ଟି ଜିଲାରେ କରୋନା ପ୍ରଭାବ ଦେଖିବାକୁ ମିଳିଛି।