ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ମଇ ୧୬ରୁ ମଇ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୫ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୦ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୪ଟି ହୋମ୍ କ୍ୱାରାଣ୍ଟାଇନ୍ ଉଲଙ୍ଘନ ପାଇଁ ଏବଂ ୧ଟି ଗୁଜବ ପ୍ରଚାର ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୭ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।