ରାଜ୍ୟରେ ଗୋଟିଏ ଦିନରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ , ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ପୁଣି ୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି ।ଗଞ୍ଜାମରୁ୧୭, ସୁନ୍ଦରଗଡ଼ରୁ ୨ ଓ ବୌଦ୍ଧରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଆଜି ଗୋଟିଏ ଦିନରେ ରାଜ୍ୟରୁ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ସୋମବାର ସକାଳୁ ରାଜ୍ୟରେ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୩ଟି ଏବଂ ସନ୍ଧ୍ୟାରେ ୨୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସକାଳେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଜଣ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିଲେ । ପରେ ଅପରାହ୍ନରେ ପରେ କଟକ, ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More