ରାୟଗଡ଼ା ବ୍ଳକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ

24

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ ) : ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶନିବାର ମହିଳା ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲା ଟାଇକୋଣ୍ଡ ଏକାଡେମୀ ସମ୍ପାଦକ କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରିଚାଳନାରେ ମହିଳାଙ୍କୁ ଏହି ତାଲିମ ପ୍ରଦାନ କରାଯାଇଥିଲା । ବ୍ଳକର ସମସ୍ତ ପଞ୍ଚାୟତର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସମେତ ମିଶନ ଶକ୍ତିରେ କାର୍ଯ୍ୟରତ ଏମ୍ ଵି କେ ଓ ସି ଆର ପି ମାନେ ୭୨ ଜଣ ତାଲିମ ଶିବିରରେ ଅଂଶ ଗ୍ରହଣ କରିଥିଲେ । ଓଡ଼ିଶା ଜୀବିକା ମିଶନର ବି ପି ଏମ୍ ଲତିକା ଦେବୀ ଓ ଅନ୍ୟ କର୍ମଚାରୀ ମାନଙ୍କ ଉପସ୍ଥିତିରେ ଉକ୍ତ ତାଲିମ ପ୍ରଦାନ କରଯାଇଥିଲା । ଏହିଭଳି କାର୍ଯ୍ୟକ୍ରମ ମହିଳାଙ୍କୁ ଅନେକ ସାହାସ ଯୋଗାଇବ ବୋଲି କାର୍ଯ୍ୟକ୍ରମକୁ ବୁଦ୍ଧିଜୀବୀ ମହଲରେ ଭୂୟସୀ ପ୍ରଶଂସା କରାଯାଇଛି । ମହିଳା ମାନଙ୍କୁ ସଶକ୍ତିକରଣ କରିବା, ମହିଳା ମାନଙ୍କ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି କରି ସମାଜରେ ସେମାନଙ୍କୁ ମୁଖ୍ୟସ୍ରୋତରେ ଆଣିବା ସାଙ୍ଗକୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରି କିପରି ମହିଳା ମାନେ ନିଜ ସୁରକ୍ଷା ନିଜେ କରି ପାରିବେ ବୋଲି ଗୁରୁତ୍ୱ ଦିଆଯାଉଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More