ଲକ୍ ଡାଉନ୍ ସମୟରେ ଛାତ୍ରଛାତ୍ରୀଙ୍କ ଘରେ ବହି ପହଞ୍ଚାଇବେ ଶିକ୍ଷକ

46

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ମହାମାରୀ କରୋନା ଭାଇରସ ପାଇଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ମେ ୧୭ ତାରିଖ ଯାଏଁ ବନ୍ଦ ରଖିବାପାଇଁ ନିର୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ମଧ୍ୟରେ ନୂତନ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ ପିଲାମାନେ କିପରି ପାଠ ପଢିବେ ସେ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ଚିନ୍ତାରେ ରହିଛନ୍ତି । ଲକ୍ ଡାଉନ୍ ପାଇଁ ସରକାରୀ ସ୍କୁଲରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପରୀକ୍ଷା ହୋଇ ନପାରିବାରୁ ସରକାର ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ପାସ୍ କରାଇଦେଇଥିଲେ । ପାସ୍ ହେବାପରେ ନୂତନ ଶ୍ରେଣୀଙ୍କୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କ ପାଖରେ ବହି ନଥିବା କାରଣରୁ କେମିତି ପାଠ ପଢିବେ ସେ ନେଇ ଅଭିଭାବକମାନେ ଚିନ୍ତାରେ ରହିଥିଲେ । ଯାହାକୁ ଦୃଷ୍ଟି​‌ରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ଘରେ ବହି ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନା ଅନୁସାରେ ଶିକ୍ଷକମାନେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନଙ୍କ ଘରେ ବହି ପହଞ୍ଚାଇବେ  ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More