ଶିଶୁ ସୁରକ୍ଷା ଅଧିକାର ସଚେତନତା ରଥର ଶୁଭାରମ୍ଭ

13

Get real time updates directly on you device, subscribe now.

ନବରଙ୍ଗପୁର (ସଂଘର୍ଷ ମିଡିଆ) : – ପୋଷ୍ୟସନ୍ତାନ ଗ୍ରହଣ , ଶିଶୁଙ୍କୁ ଚେଙ୍କ ନ ଦେବା, ବାଲ୍ୟବିବାହ ନିଷେଧ , ଶିଶୁ ଅପରାଧ ନିରାକରଣ ସଂକ୍ରାନ୍ତରେ ଲୋକଙ୍କୁ ସଚେତନ ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲା ଶିଶୁସୁରକ୍ଷା ୟୁନିଟ ପକ୍ଷରୁ ଏକ ଶିଶୁ ସୁରକ୍ଷା ଅଧିକାର ସଚେତନତା ରଥର ଶୁଭାରମ୍ଭ ହୋଇଛି । ଜିଲ୍ଲାର ସମସ୍ତ ବ୍ଲକରେ ସଚେତନତା କରିବା ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ସବୁଜ ପତାକା ଦେଖାଇ ଏହି ସଚେତନତା ରଥର ପରିକ୍ରମା କାର୍ଯ୍ୟକୁ ଶୁଭାରମ୍ଭ କରିଥିଲେ । ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ସମାଜରେ ରହିଛି । ଏହା ଦ୍ଵାରା ଶିଶୁ ମାନେ ନିଜ ମୌଳିକତା ହରାଉଛନ୍ତି । ପିତାମାତା ମାନେ ପରମ୍ପରା ନାମରେ ନାବାଳିକା ମାନଙ୍କୁ କମ ବୟସରେ ବିବାହ ବନ୍ଧନରେ ଛନ୍ଦି ଦେଉଛନ୍ତି । ପାଠ ପଢିବା ବୟସରେ ଘରସଂସାରରେ ଛନ୍ଦି ହୋଇ, ନିଜ ଅଧିକାର ରୁ ବଞ୍ଚିତ ହେବା ସହିତ ବିବାହ ଯୋଗ୍ୟ ବୟସ ପୂର୍ବରୁ ମାତୃତ୍ଵ ଲାଭ କରୁଛନ୍ତି । ସମାଜରେ ଚାଲିଥିବା ଶିଶୁ ହିଂସାକୁ ରୋକିବା , ସାମ୍ବିଧାନିକ ବିଧି ବ୍ଯବସ୍ଥା ଅନୁଯାୟୀ ପୋଷ୍ୟସନ୍ତାନ ଗ୍ରହଣ କରିବା , ଶିଶୁଙ୍କ ସୁରକ୍ଷା ଓ ଅଧିକାର ଏବଂ ଶିକ୍ଷା ଦିଗରେ ବ୍ୟାପକ ସଚେତନତା ଉଦ୍ଦେଶ୍ୟ ରେ ଏହି କାର୍ଯ୍ୟକ୍ରମର ଲକ୍ଷ ରହିଛି ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଛନ୍ତି । ଜିଲ୍ଲାର ସମସ୍ତ ବ୍ଲକରେ ଯେଉଁ ସବୁ ଗ୍ରାମ ଗୁଡିକରେ ସଚେତନ ରଥ ପହଞ୍ଚିବ, ସେଠାରେ ଆଶା କର୍ମୀ ,ସ୍ଵୟଂସହାୟକ ଦଳର ସଭ୍ୟା ,ନିର୍ବାଚିତ ପଞ୍ଚାୟତ ପ୍ରତିନିଧି , ସମସ୍ତ ଜାତିସମାଜ ମୁଖ୍ଯ , କିଶୋରୀ ବାଳିକା ଓ ଗ୍ରାମର ଅନ୍ୟ ବ୍ୟକ୍ତି ମାନଙ୍କୁ ନେଇ ଅଙ୍ଗନବାଡି କର୍ମୀ ମାନେ ଶିଶୁଙ୍କୁ ଚେଙ୍କ ନ ଦେବା , ସାମ୍ବିଧାନିକ ବିଧି ବ୍ଯବସ୍ଥା ଅନୁଯାୟୀ ପୋଷ୍ୟସନ୍ତାନ, ଶିଶୁଙ୍କ ସୁରକ୍ଷା ଓ ଅଧିକାର ଏବଂ ଶିକ୍ଷା ଦିଗରେ ଏକ ସାଧାରଣ ସଚେତନ ବୈଠକ କରାଇବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନବାଡି କର୍ମୀ ଙ୍କୁ ନିର୍ଦେଶ ଦିଆ ଯାଇ ଥିବାର ବିଷୟରେ ଜିଲ୍ଲା ଶିଶୁସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ସୂଚନା ପ୍ରଦାନ କରିଥିଲେ । ଜିଲ୍ଲା କାର୍ଯ୍ୟ।ଳୟ ପରିସର ମଧ୍ୟରେ ହୋଇ ଥିବା ଏହି ସଚେତନତା ରଥର ଉଦଘାଟନୀ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ, ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଆକ୍ସନଏଡ ର ଜିଲ୍ଲା ସଂଯୋଜକ ଫକିର ଚରଣ ରାଉତ, ଚାଇଲ୍ଡ ଲାଇନ ଜିଲ୍ଲା ସଂଯୋଜକ ରବୀନ୍ଦ୍ର ପ୍ରଧାନ, ଅନୁଷ୍ଠାନ ଯତ୍ନ ଅଧିକାରୀ କୁନିମଣୀ ସ୍ଵାଇଁ , ଜିଲ୍ଲା ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ କେନ୍ଦ୍ର ର ପ୍ରତିନିଧି ସାଗର ପଟ୍ଟନାୟକ , ରମ୍ଭା ପୂଝାରି ,ଜିଲ୍ଲା ଶିଶୁସୁରକ୍ଷା ୟୁନିଟ ର ସମସ୍ତ କର୍ମକର୍ତ୍ତା ଓ ଦୀନ ଦୟାଲ ବଳାଶ୍ରମର ଅନ୍ତୋବାସୀ ଓ ଅନ୍ୟ ଅଧିକାର ମାନେ ଉପସ୍ଥିତ ଥିଲେ । ନବରଙ୍ଗପୁର୍ ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More