ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରଶ୍ନବାଚୀ ,ୟୁଟ୍ୟୁବରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ

19

Get real time updates directly on you device, subscribe now.

ପୁରୀ (ସଂଘର୍ଷ ମିଡିଆ) : – ପୁରୀରେ ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍ । ୟୁଟ୍ୟୁବରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ । ଏହି ଭିଡିଓକୁ ଜଣେ ବଙ୍ଗୀୟ ୟୁଟ୍ୟୁବର ନିଜ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରିଛନ୍ତି। ଯାହା ଏବେ ଭାଇରାଲ୍ ହେବାରେ ଲାଗିଛି। ସୂଚନା ମୁତାବକ, ୟୁନିଫାଏଡ୍ ନାମକ ଏକ ୟୁଟ୍ୟୁବ ଚ୍ୟାନେଲରେ ଶ୍ରୀମନ୍ଦିର ଡ୍ରୋନ୍ ସଟ୍ ଭିଡିଓ ଅପଲୋଡ଼ କରାଯାଇଛି । ଭିଡିଓର ପ୍ରତି ଆଙ୍ଗେଲ୍ ପିଛା ୨୦ ହଜାର ଟଙ୍କା ସମ୍ପୃକ୍ତ ୟୁଟ୍ୟୁବର ଦାବି କରୁଥିବା ନେଇ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି । ଯାହା ଏବେ ଶ୍ରୀମନ୍ଦିର ସୁରକ୍ଷା ନେଇ ସୃଷ୍ଟି କରିଛି ଅନେକ ପ୍ରଶ୍ନବାଚୀ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More