ଶ୍ରୀ ଜୀଉଙ୍କ ଅଣସର ଅବସରରେ ପୁରୀ ବ୍ରହ୍ମଗୀରୀର ପ୍ରଭୂ ଅଲାରନାଥଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

33

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ। ଦେବସ୍ନାନ ପୂର୍ଣ୍ଣିମାରେ ଦାରୁ ଦିଅଁ 108 ଗରା ଜଳରେ ସ୍ନାନ ପରେ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ପିଣ୍ଡିରେ ଗୁପ୍ତ ଉପଚାର ପାଇଁ ବିଜେ ହୋଇଛନ୍ତି। ତେବେ ଅଣସର ଅବସରରେ ପୁରୀ ବ୍ରହ୍ମଗୀରୀର ପ୍ରଭୂ ଅଲାରନାଥଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ହୋଇଚି। ଶାସ୍ତ୍ରରେ ବର୍ଣ୍ଣନା ଅନୁଯାୟୀ ଅଣସର ସମୟ ରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ପ୍ରଭୂ ଜଗନ୍ନାଥଙ୍କ ଦର୍ଶନ ଭଳି ସମ ଫଳ ମିଳିଥାଏ। ଏଥି ପାଇଁ ବ୍ରହ୍ମଗୀରୀର ପ୍ରଭୁ ଅଲାର ନାଥ ଙ୍କ ପୀଠ ଚାଳଚଞ୍ଚଳ। ହଜାର ହଜାର ଭକ୍ତ ପ୍ରଭୁ ଅଲାରନାଥଙ୍କ ଦର୍ଶନ କରୁଛନ୍ତି। ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ମହାପ୍ରଭୁଙ୍କ ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି ।ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More