ସଡକ ସୁରକ୍ଷା କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ

54

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପ୍ରତ୍ୟେକ ଜୀବନ ମୂଲ୍ୟବାନ।ଏହାର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ପରସ୍ପର ସୁସମନ୍ୱୟ ରଖି କାର୍ଯ୍ୟ କଲେ ସଡକ ସୁରକ୍ଷା ସଫଳ ହେବା ସହ ଅନେକ ଜୀବନ ରକ୍ଷା ହୋଇ ପାରିବ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ। ଆଜି ଅପରାହ୍ନରେ ସର୍କିଟ ହାଉସ ଠାରେ ପରିବହନ ବିଭାଗ ପକ୍ଷରୁ ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଶ୍ରୀ ସାହୁ ସଡକ ସୁରକ୍ଷା ପାଇଁ ଥିବା ନିୟମ ଓ ମାର୍ଗଦର୍ଶିକା କୁ ଅନୁପାଳନ କରାଗଲେ ନିଶ୍ଚିତ ଭାବେ ଦୁର୍ଘଟଣା ହ୍ରାସ ପାଇବ ।ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୂର୍ତ୍ତ ବିଭାଗ, ପୋଲିସ ବିଭାଗ, ପରିବହନ ବିଭାଗ, ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ଧରପଗଡ ଜାରି ରଖିବା,ଲୋକ ମାନଙ୍କୁ ସଚେତନ କରାଇବା, ଦୁର୍ଘଟଣା ପ୍ରବଣ ସ୍ଥାନ ଓ କାରଣ ଚିହ୍ନଟ କରି ବୈଜ୍ଞାନିକ ପଦ୍ଧତିରେ ଏହାର ନିରାକରଣ ଉପରେ ସେ ଗୁରୁତ୍ୱ ଦେଇଥିଲେ। ପ୍ରାରମ୍ଭରେ ଆଞ୍ଚଳିକ ପରିବହନ ଅଧିକାରୀ ରବିନ ପଟ୍ଟନାୟକ ସମସ୍ତଙ୍କୁ ସ୍ୱାଗତ କରିବା ସହ ଜିଲ୍ଲାର ତଥ୍ୟ ଉପସ୍ଥାପନ କରିଥିଲେ। ଜିଲ୍ଲାରେ ୨୦୨୩ ଅଗଷ୍ଟ ମାସ ସୁଦ୍ଧା ୧୧୫ ଟି ରାସ୍ତା ଦୁର୍ଘଟଣା ହୋଇ ଥିବା ବେଳେ ୯୬ ଜଣଙ୍କ ର ମୃତ୍ୟୁ ଘଟିଛି।୨୦୨୩ ଅଗଷ୍ଟ ମାସ ସୁଦ୍ଧା ୩୩୧୩ ବିନା ହେଲମେଟ ଯାଞ୍ଚ କରାଯାଇ ୩୦୫ ଲାଇସେନ୍ସ ସସପେଣ୍ଡ କରାଯାଇଥିବା ବେଳେ ଦ୍ରୁତ ଗତିରେ ଗାଡି ଚାଳନା କ୍ଷେତ୍ରରେ ୪୦୯୫ କେଶ ମଧ୍ୟରୁ ୮୬୫ ଲାଇସେନ୍ସ ସସପେଣ୍ଡ କରାଯାଇଛି।ସିଟବେଲ୍ଟ ଉଲ୍ଲଘଂନ କ୍ଷେତ୍ରରେ ୩୧୫ ଜଣ,ଗାଡି ଚାଳନା ବେଳେ ମୋବାଇଲ ବ୍ୟବହାର କ୍ଷେତ୍ରରେ ୨୬୪ ଜଣ,ମାଦକ ଦ୍ରବ୍ୟ ସେବନ କରି ଗାଡି ଚାଳନା କ୍ଷେତ୍ରରେ ୨୮୮ ଜଣଙ୍କୁ ଚିହ୍ନଟ କରାଯାଇଛି।ମୋଟ ୯୦୬୮ କେଶ ମଧ୍ୟରୁ ୧୩୨୯ ଜଣଙ୍କ ଲାଇସେନ୍ସ ରଦ୍ଦ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।ଅଗଷ୍ଟ ମାସ ରେ ମୋଟ ୍୧୭୯୧ ଚାଲାଣ କଟାଯାଇ ୭୭୩ ଫଏସଲା ହୋଇ ୪୨,୧୧,୮୯୬ ଟଙ୍କା ରାଜସ୍ୱ ଆଦାୟ ହୋଇଥିବା ବେଳେ ୧୦୧୮ ଟି ପେଣ୍ଡିଙ୍ଗ ରହିଛି ବୋଲି ପରିବହନ ବିଭାଗ ସୂତ୍ରରୁ ପ୍ରକାଶ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏ ଡି ଏମ ଓ ଡା ବିରଜା ଶଙ୍କର ରଥ,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ଓ ଅନ୍ୟାନ୍ୟ ବିଭାଗର ଅଧିକାରୀ, ସଦସ୍ୟ ମାନେ ଯୋଗ ଦେଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More