ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ ) : ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି (ଦିଶା) ବୈଠକ କମିଟି ଅଧ୍ୟକ୍ଷା ତଥା ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା, ଜିଲ୍ଳାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଡୋଳାମଣି ପଟେଲ, ଜିଲାସ୍ତରୀୟ ଅଧିକାରୀ, ଦିଶା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ। ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସ୍ବାଗତ ବକ୍ତବ୍ୟ ରଖି ଜିଲ୍ଲାରେ ରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ । ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ଦିଗରେ ସମସ୍ତ ବିଭାଗ ଓ ଅଧିକାରୀଙ୍କୁ ଉପଯୁକ୍ତ ସମନ୍ଵୟ ରଖି ଯୋଜନା କାର୍ଯ୍ୟକାରୀ କରାଯିବାକୁ ମାନ୍ୟବର ସାଂସଦ ଶ୍ରୀମତୀ ସିଂଦେଓ ଗୁରୁତ୍ବାରୋପ କରିଥିଲେ। କେନ୍ଦ୍ରୀୟ ଯୋଜନାରେ ଆବଣ୍ଟିତ ପାଣ୍ଠି ଜରିଆରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡିକର ସଠିକ୍ କାର୍ଯ୍ୟକାରିତା, ଅଗ୍ରଗତି ଓ ପାଣ୍ଠି ବିନିଯୋଗ ଉପରେ ସେ ଗୁରୁତ୍ବାରୋପ କରିବା ସହ ସ୍ୱଛତା ସହକାରେ ଧାର୍ଯ୍ୟ ସମୟ ମଧ୍ୟରେ ସମାପନ କରିବାକୁ ପରାମର୍ଶ ଦେଇଛନ୍ତି l ବୈଠକରେ ସାଂସଦ ପାଣ୍ଠି ର କାର୍ଯ୍ୟକାରିତା, ଜିଲ୍ଲାରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିର୍ମାଣ ହେଉଥିବା ରାସ୍ତା ଓ ପୋଲ ନିର୍ମାଣ ଉପରେ ସମାକ୍ଷା କରାଯାଇ କାର୍ଯ୍ୟ ର ଗୁଣାତ୍ମକ ମାନ ଓ ପ୍ରକଳ୍ପ ରେ ଅର୍ଥ ର ସୁବିନିଯୋଗ ଉପରେ ଗୁରୁତ୍ୱାରୋପ କରିବା ସହ ସମ୍ପୃକ୍ତ ଅଧିକାରୀ ଙ୍କୁ ଏଥି ନିମନ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି । ଜାତୀୟ ସାମାଜିକ ସହାୟତା ଯୋଜନା ରେ ଜିଲ୍ଳାରୁ ଅଧିକ ରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରି ଜନସାଧାରଣଙ୍କୁ ଯୋଜନାର ଲାଭ ଦେବାକୁ ନିର୍ଦେଶ ଦେଇଛନ୍ତି l ଶେଷରେ ତିଆରଡିଏ ପିଡି ଡୋଳାମଣି ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ | ସୁବର୍ଣ୍ଣପୁର ରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ, ସଂଘର୍ଷ ନିଉଜ।