ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

28

Get real time updates directly on you device, subscribe now.

ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ଡି ଆର ଡି ଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ କୁମାର ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି,ସାମୁହିକ ଦରଖାସ୍ତ 0୨ଗୋଟି ରହିଥିବା ବେଳେ, 0୧ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ )ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ପିଡି ଡିଆରଡିଏ ଶ୍ରୀ ଡୋଳାମଣି ପଟେଲ, ଉପ- ଜିଲ୍ଲାପାଳ, ସୋନପୁର ଶ୍ରୀ ନିହାର ରଞ୍ଜନ କଁହର , ଡି ଏମ ଓ -ଏମ ଏସ -ଡ଼ଃ ପ୍ରଦୀପ କୁମାର ଗୁରୁ, ଆର ଡବ୍ଲୁ ଏସ ଏସ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ବିଭୁ ପ୍ରସାଦ ପଣ୍ଡା, ପି.ଡବ୍ଲୁ.ଡି-କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ,ପି.ଏଚ.ଡି ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଆର ଡି-, ଡି.ଇ.ଓ. ଶ୍ରୀ ଲକ୍ଷ୍ମଣ ଭୋଇ, ସୋନପୁର ବ୍ଲକ ଅଧ୍ୟକ୍ଷ,ଶ୍ରୀ ପ୍ରହଲ୍ଲାଦ ନାୟକ, ବିଡ଼ିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ,ନିର୍ବାହୀ ଅଧିକାରୀ ସୋନପୁର ମ୍ୟୁନିସିପାଲିଟି-ସୂର୍ଯ୍ୟଂlଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର,ସୋନପୁର ବ୍ଲକ ଓ ମ୍ୟୁନିସିପାଲିଟି ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ସୁବର୍ଣ୍ଣପୁର ରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ, ସଂଘର୍ଷ ନିଉଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More