ହୀରାକୁଦ ( ସଂଘର୍ଷ ମିଡିଆ ) :ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ କରୁଛି । ଏବେ ହୀରାକୁଦ ଜଳଭଣ୍ଡାରର ୧୫ ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ଜଳଭଣ୍ଡାରରୁ ୧ ଲକ୍ଷ ୯୪ ହଜାର ୧୪୫ କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ନିଷ୍କାସନ କରାଯାଉଛି।ପରିସ୍ଥିତିକୁ ଦେଖି ଆଉ ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।