ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳିତ

10

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଏବଂ ଆନ୍ତର୍ଜାତୀକ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି ଶ୍ରମିକ ଦିବସରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ,ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗୋଶାଣୀ ବ୍ଳକ ଅଧ୍ୟକ୍ଷ ବୀର ରାଜୁ,ବିଧାୟକ ପ୍ରତିନିଧି ଆଦର୍ଶ ଦାସ ପ୍ରମୁଖ ମଞ୍ଚାସିନ ଥିଲେ। ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ।ଶ୍ରମିକ ମାନଙ୍କ ପ୍ରତି ସରକାର ଙ୍କର ବିଭିନ୍ନ ଯୋଜନା ଓ ନିରାପତ୍ତା ଉପରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ।ଶ୍ରମ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ଚେକ ବଣ୍ଟନ କରାଯାଇଛି।ଜ୍ୟୋତିନ୍ଦ୍ର ନାଥ ସଭାପତି ଜିଲ୍ଲା ସଂଯୋଜକ ପାରଳାଖେମୁଣ୍ଡି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ପରିଶେଷରେ ଶ୍ରମ ଅଧିକାରୀ ଲୋକନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର 7ଟି ବ୍ଳକର ବହୁ ଶ୍ରମିକ ଭାଇ ଭଉଣୀ ଉପସ୍ଥିତ ଥିଲେ। ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More