ଭୁବନେଶ୍ବର ( ସଂଘର୍ଷ ମିଡିଆ ) : ଆସନ୍ତାକାଲି ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। କାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ। ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ କଂଗ୍ରେସ ଏହି ବନ୍ଦ ପାଳନ କରିବ ବୋଲି ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇସାରିଛନ୍ତି। ତେବେ ଏହି ସମୟରେ ଔଷଧ ଦୋକାନ ଓ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ବନ୍ଦ ପାଳନ ସମୟରେ ବାହାଘର ଗାଡ଼ି ଓ ଅନ୍ତିମ ସଂସ୍କାର ପାଇଁ ଯାଉଥିବା ଗାଡ଼ିକୁ ମଧ୍ୟ ଅଟକାଯିବନି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।