ଜିଲ୍ଲା ସ୍ତରୀୟ ବିକାଶ ମେଳା ଅନୁଷ୍ଠିତ

23

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସରକାରଙ୍କ 100 ଦିନ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ପ୍ରଥମେ ବିକାଶ ମେଳା ପ୍ରଦର୍ଶନୀର ରିବନ କାଟି ଶୁଭ ଉଦଘାଟନ କରିଥିଲେ।ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଶ୍ରୀଯୁକ୍ତ ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହି ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡକ୍ଟର ଗୁଣନିଧି ନାୟକ, ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେପି ସଭାପତି କେ. ନାରାୟଣ ରାଓ, ନୂଆ ଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ। ପ୍ରମୁଖ ମଞ୍ଚାସିନ ଥିଲେ। ମାନ୍ୟବର ମନ୍ତ୍ରୀ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ମୁଖ୍ୟ ଅତିଥି ଓ ଅତିଥିମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇ ଥିଲା। ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।ଜିଲ୍ଲାପାଳ ବିଜୟ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିଲା।ସରକାରଙ୍କ ପ୍ରଣୀତ ପ୍ରମୁଖ ଯୋଜନା ପର୍ଯ୍ୟବେସିତ ଦୃଶ୍ୟ ଓ ଶ୍ରାବ୍ୟ ଚିତ୍ର ପଦର୍ଶିତ କରାଯାଇ ଥିଲା।ମୁଖ୍ୟ ଅତିଥିଙ୍କ ଦ୍ଵାରା ସ୍ୱଚ୍ଛତା ହିଁ ସେବା ଶପଥ ପାଠ କରାଯାଇଥିଲା।ମାନ୍ୟବର ମନ୍ତ୍ରୀ ସରକାରଙ୍କର 100 ଦିନ ପୂର୍ତ୍ତି ଉପଲକ୍ଷେ ବିକାଶର ବାର୍ତ୍ତା ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡକ୍ଟର ଗୁଣ ନିଧି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ପରିଶେଷରେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଅଙ୍ଗନବାଡ଼ିକର୍ମୀ, ସୁପ୍ରଭାଇଜର,ସ୍ୱୟଂ ସହାୟକ ଗୋଷ୍ଠୀ,ଆଶା କର୍ମୀ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଗଜପତିରୁ ବିବେକାନନ୍ଦ ବେହେରା ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More