କରୋନା ସଂକ୍ରମଣକୁ ନେଇ ସତର୍କତା ମୂଳକ ପଦକ୍ଷେପ, ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ବୃଦ୍ଧି

75

Get real time updates directly on you device, subscribe now.

ଭୁବନେଶ୍ୱର  ( ସଂଘର୍ଷ ମିଡିଆ ) :  କରୋନା ସଂକ୍ରମଣକୁ ନେଇ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ସମୟ ବୃଦ୍ଧି କରିଛନ୍ତି । ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ରାଜ୍ୟବାସୀଙ୍କୁ ସହଯୋଗ କରିବା ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଯଦିଓ ରାଜ୍ୟରେ ଭୟର ବାତାବରଣ ନାହିଁ ତେବେ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ଏହା କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି । କରୋନା ସଂକ୍ରମଣ ରୋକିବାକୁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ  ସପିଂ ମଲ୍‌, ଜିମ, ପାର୍କ ଆଦି ବନ୍ଦ କରାଯିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଥିଲା । ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆବଶ୍ୟକ ପଡିଲେ ଏହି ଅବଧିକୁ ଆହୁରି ଅଧିକ ବଢାଯିବ ବୋଲି କୁହାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More