ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୧ ମୃତ, ୩ ଆହତ

70

Get real time updates directly on you device, subscribe now.

ରାଜସ୍ଥାନ ( ଏଜେନ୍ସି ) : ରାଜସ୍ଥାନର ଜୋଧପୁର ଜିଲାର ବାଲୋତରା-ଫଲୌଦୀ ରାଜମାର୍ଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଲୋତରା-ଫଲୌଦୀ ରାଜମାର୍ଗରେ ଏକ ଟ୍ରେଲର ଓ ଜିପ ମଧ୍ୟରେ ଧକ୍କା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି ଓ ୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ, ୬ ଜଣ ମହିଳା ଓ ଜଣେ ଶିଶୁ ଥିବା ଜଣାପଡ଼ିଛି। ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଶେରଗଡ଼ ପୁଲିସ ପହଞ୍ଚି କ୍ରେନ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଗାଡି ଓ ତା’ ମଧ୍ୟରେ ଫସି ରହିଥିବା ମୃତକ ଓ ଆହତଙ୍କୁ ଉଦ୍ଧାର କରିଥିଲା। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଥିବା ନେଇ ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More